କାଲି ଓଡିଶା ଆସିବେ ଅମିତ ଶାହା

Spread the love

ଭୁବନେଶ୍ୱର : ଆସନ୍ତାକାଲି (ଶୁକ୍ରବାର) ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଓଡିଶା ଗସ୍ତ ବେଳେ ଅମିତ ଶାହା ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ଆସନ୍ତାକାଲି ରାତି ୧୦ଟା ୪୦ ମିନିଟରେ ଅମିତ ଶାହା ଭୁବନେଶ୍ୱରରେ ପହଞ୍ଚିବେ । ଶାହା ସ୍ଥାନୀୟ ଏକ ହୋଟେଲରେ ରାତ୍ରିଯାପନ କରିବାକୁ ଥିବାବେଳେ ଶନିବାର ଦିନ ୧୧ଟାରୁ ୧୨ଟା ଯାଏଁ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ । ଦିନ ୧୨ଟାରୁ ସାଢ଼େ ୧୨ଟା ୩୦ ପର୍ଯ୍ୟନ୍ତ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକରେ ଯୋଗ ଦେବେ ।

ଏହା ପରେ ୧: ୨୦ ମିନିଟରେ ବିଜେପି ପାର୍ଟି ଅଫିସରେ ମଧ୍ୟାହ୍ନ ଭୋଜନ କରିବା ପରେ ଅପରାହ୍ନ ୨ଟା ରୁ ୫ଟା ପର୍ଯ୍ୟନ୍ତ ଦଳୀୟ କର୍ମକର୍ତା ଓ ବରିଷ୍ଠ ନେତୃବୃନ୍ଦଙ୍କ ସହ ରୁଦ୍ଧଦ୍ୱାର ବୈଠକ କରିବେ । ସନ୍ଧ୍ୟା ୬ଟାରେ ଭୁବନେଶ୍ୱର ଛାଡିବା ପୂର୍ବରୁ ବିମାନବନ୍ଦର ଲାଉଞ୍ଜରେ ଏକ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Leave a Reply

Your email address will not be published. Required fields are marked *