ଅମିତ ଶାହାଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ

Spread the love

ଭୁବନେଶ୍ୱର : କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରଖାଯାଇଛି । ଆସନ୍ତା ୧୭ ତାରିଖରେ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଥିଲା । ତେବେ ଗୁଜରାଟକୁ ଆସୁଥିବା ବାତ୍ୟା ବିପର୍ଯ୍ୟୟ’ ପାଇଁ କାର୍ଯ୍ୟକ୍ରମ ସ୍ଥଗିତ ରଖାଯାଇଥିବା ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ତେବେ ଆସନ୍ତା ୨୨ ତାରିଖ ଜେପି ନଡ୍ଡାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ପରିବର୍ତନ ହୋଇନାହିଁ ବୋଲି ସେ କହିଛନ୍ତି ।

Leave a Reply

Your email address will not be published. Required fields are marked *