ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ରାଜ୍ୟରେ ପ୍ରିଲ ୨ ତାରିଖରୁ ହେଲା ସକାଳୁଆ ସ୍କୁଲ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ପ୍ରଦାନ କରିଛନ୍ତି । ତେବେ ସକାଳ ୭ଟାରୁ ୯ଟା ଯାଏଁ ରାଜ୍ୟରେ ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲାରହିବ । 

ସେପଟେ ଶ୍ରମିକ ମାନଙ୍କ ପାଇଁ ମଧ୍ୟ ନିର୍ଦ୍ଦିଷ୍ଟ ସମୟସୀମା ନିର୍ଦ୍ଧାରଣ କରାଯାଇଛି । ଦିନ ୧୧ଟାରୁ ଦିନ ୩ଟା ଯାଏଁ ଶ୍ରମିକ ମାନଙ୍କ ପାଇଁ କାମ ବନ୍ଦ ରହିବ । ଏଥିରେ ଖିଲାପକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *