ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନଃ ଗଠନ କରାଯିବ। ଓଡିଆ ଭାଷାରେ ସମସ୍ତ ସରକାରୀ କାର୍ଯ୍ୟ ହେବ। ଆବଶ୍ୟକ ପଡିଲେ ଆଇନରେ ସଂଶୋଧନ କରାଯିବ। ଆଜି ଲୋକସେବା ଭବନରେ ନିଜ ପ୍ରକୋଷ୍ଠରେ କାର୍ଯ୍ୟ ଆରମ୍ଭ କରିବା ଅବସରରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି , ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ । ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ବ ଦିଆଯିବ । ତିନୋଟି ଏକାଡେମୀ ତଥା ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନଃ ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ । ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ ସହ ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବ୍ରେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ। ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ। ଓଡ଼ିଆ ଭାଷା ଭବନ ଅସ୍ମିତା ଭବନ ନିର୍ମାଣ କରାଯିବ। ଭାଷା କମିଶନ ଗଠିତ ହେବ। ସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟବହାରକୁ ବ୍ୟାପକ କରିବାକୁ ଆବଶ୍ୟକ ପଡିଲେ ସରକାରୀ ଭାଷା ଆଇନରେ ସଂଶୋଧନ କରାଯିବ।

Naxatra News is now on Whatsapp
Join and get latest news update delivered to you via whatsapp
Join Now