ଗୃହ ଭିତରେ ବାରମ୍ବାର ବିଶୃଙ୍ଖଳିତ ଆଚରଣ କରିବା କଂଗ୍ରେସ ବିଧାୟକମାନଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ କଂଗ୍ରେସର ୧୨ଜଣ କଂଗ୍ରେସ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି। ଏହି ନିଲମ୍ବନ ତାଲିକାରେ ତାରାବାହିନୀ ପତି ଓ ରମେଶ ଜେନା ନାହାନ୍ତି।
ଗୃହକାର୍ଯ୍ୟ ଜାରି ଥିବା ବେଳେ କଂଗ୍ରେସ ବିଧାୟକମାନେ ବାରମ୍ବାର ବିଶୃଙ୍ଖଳିତ ଆଚରଣ କରୁଥିବା ନେଇ ଶାସକ ଦଳ ଅଭିଯୋଗ ଆଣିଛି। ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଆଜି ଅପରାହ୍ଣରେ କଂଗ୍ରେସ ବିଧାୟକଙ୍କ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଥିଲେ। ଫଳ ସ୍ବରୂପ କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ ଆଗାମୀ ୭ ଦିନ ପାଇଁ ନିଲମ୍ବିତ ହୋଇଛନ୍ତି।

Naxatra News is now on Whatsapp
Join and get latest news update delivered to you via whatsapp
Join Now