ବିଷ୍ଣୁଚରଣ ବଡୁଙ୍କ ବିୟୋଗ ସାହିତ୍ୟ ଜଗତ ପାଇଁ ଅପୂରଣୀୟ କ୍ଷତି : ମନମୋହନ ସାମଲ

Spread the love

ଭୁବନେଶ୍ୱର : କଟକ ନଗର ଜିଲ୍ଲା ସଭାପତି ଲଲାଟେନ୍ଦୁ ବଡୁଙ୍କ ପିତା ବିଷ୍ଣୁ ଚରଣ ବଡୁ ଇହଲୀଳା ତ୍ୟାଗ କରିଛନ୍ତି । ସ୍ୱର୍ଗତଃ ବଡୁ ଜଣେ ଲେଖକ, ସାହିତ୍ୟିକ ଓ ପ୍ରାବନ୍ଧିକ ଭାବେ ପରିଚିତ ସ୍ୱର୍ଗତଃ ବଡୁଙ୍କ ବିୟୋଗ ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ସମେତ ରାଜ୍ୟ ବିଜେପିର ବହୁ ନେତୃବୃନ୍ଦ ସ୍ୱର୍ଗତ ବଡୁଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ସ୍ୱର୍ଗତଃ ବଡୁଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏଭଳି ଅସମୟରେ ଶୋକସନ୍ତପ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ ପାଇଁ ରାଜ୍ୟ ସଭାପତି ମନମୋହନ ସାମଲ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

Leave a Reply

Your email address will not be published. Required fields are marked *