ରାଜ୍ୟର ବନ୍ୟାସ୍ଥିତି ଅନୁଧ୍ୟାନ କରିବ ବିଜେପିର ୨ ଟିମ

Spread the love

ଭୁବନେଶ୍ୱର: ବନ୍ୟାଞ୍ଚଳର ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା ସହିତ ଉଦ୍ଧାର ଓ ରିଲିଫ କାର୍ୟ୍ୟର ତଦାରଖ କରିବା ପାଇଁ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଦୁଇଟି କମିଟି ଗଠନ କରାଯାଇଛି। ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ନେତୃତ୍ୱରେ ଗଠିତ ଟିମ୍‌ରେ ବିଧାୟକ ଜୟନ୍ତ ଷଡଙ୍ଗୀ, ରାଜ୍ୟ ଉପସଭାନେତ୍ରୀ ପ୍ରଭାତୀ ପରିଡା, ରାଜ୍ୟ ସାଧାରଣ ସଂପାଦକ ଡ.ଲେଖାଶ୍ରୀ ସାମନ୍ତସିଂହାର, ଅନୁସୁଚିତ ମୋର୍ଚ୍ଚା ରାଜ୍ୟ ସଭାପତି ତଥା ପୂର୍ବତନ ସାଂସଦ ବିଭୁପ୍ରସାଦ ତରାଇ, ବରିଷ୍ଠ ନେତା ନୟନ କିଶୋର ମହାନ୍ତି ଏବଂ ଭୁବନ ମୋହନ ଜେନା ସାମିଲ ଅଛନ୍ତି।
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ମନମୋହନ ସାମଲଙ୍କ ନେତୃତ୍ୱରେ ଗଠିତ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ବରିଷ୍ଠ ନେତା ପଦ୍ମଲୋଚନ ପଣ୍ଡା, ରାଜ୍ୟ ସଂପାଦକ ଅମର ନାୟକ, ଅଭିମନ୍ୟୁ ସେଠୀ, ନମାମୀ ଗଙ୍ଗେ ରାଜ୍ୟ ସଂଯୋଜକ ମହେଶ୍ୱର ସାହୁ, ରାଜ୍ୟ ମୁଖପାତ୍ର ଠାକୁର ରଣଜିତ୍ ଦାଶ ପ୍ରମୁଖ ସାମିଲ।
ଦୁଇ ଟିମ ରାଜ୍ୟର ବନ୍ୟା ପ୍ରଭାବିତ କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର, ନୟାଗଡ ଏବଂ ସୋନପୁର ଜିଲ୍ଲାର ବିଭିନ୍ନ ଅଂଚଳ ଗସ୍ତ କରି ରାଜ୍ୟ ସଭାପତିଙ୍କୁ ରିପୋର୍ଟ ପ୍ରଦାନ କରିବେ ଦୁଇ ଟିମ୍‌।

Leave a Reply

Your email address will not be published. Required fields are marked *