ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ଭୁବନେଶ୍ବରରେ ଅବତରଣ କରିବା ପରେ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିବେ । ସଦସ୍ୟତା ଅଭିଯାନ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ । ଦଳର ସାଂସଦ, ବିଧାୟକ ଓ ରାଜ୍ୟ ପଦାଧିକାରୀଙ୍କ ସହ ଆଲୋଚନା କରିବେ । ୧୧ଟାରୁ ଗୋଟାଏ ଯାଏଁ ରାଜ୍ୟ କାର୍ଯ୍ୟାଳୟରେ ରହିବେ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ବିଜେପି ନେତା ଓ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ନଡ୍ଡା ଆଜି ଦିନ ୧୧ଟା ସମୟରେ ବିମାନ ବନ୍ଦରରେ ପହଞ୍ଚିବେ । ଏହାପରେ ଭୁବନେଶ୍ବର ବିମାନ ବନ୍ଦରରୁ ବାହାରି ଏ.ଜି ଛକରେ ବି.ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ।ଏହି କାର୍ଯ୍ୟକ୍ରମ ପରେ ବିଜେପିର ସଦସ୍ୟତା ଅଭିଯାନରେ ସାମିଲ ହେବେ । ପ୍ରତିଷ୍ଠିତ ବ୍ୟକ୍ତି, ଯୁବବର୍ଗଙ୍କୁ ବିଜେପିର ସଦସ୍ୟତା ଅଭିଯାନରେ ସାମିଲ କରିବା ସହ ତାଙ୍କ ସହିତ ଆଲୋଚନା କରିବେ । ଏହାପରେ ଦଳୀୟ କାର୍ଯ୍ୟାଳୟରେ ରାଜ୍ୟ ପଦାଧିକାରୀ ବୈଠକରେ ଯୋଗ ଦେବେ । ଦିନ ୧୨. ୩୦ରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ବୈଠକରେ ଯୋଗଦେବେ । ବୈଠକରେ ବିଧାୟକ, ମନ୍ତ୍ରୀ, ସାଂସଦ ଓ ରାଜ୍ୟ ପଦାଧିକାରୀମାନଙ୍କ ସହ ଚର୍ଚ୍ଚା ଆଲୋଚନା କରିବେ। ସଦସ୍ୟତା ଅଭିଯାନ-୨୦୨୪କୁ ସର୍ବବ୍ୟାପୀ, ସର୍ବସ୍ପର୍ଶୀ ଓ ଗତିଶୀଳ କରିବା ନଡ୍ଡାଙ୍କ ଗସ୍ତ କାର୍ଯ୍ୟକ୍ରମରମୂଳ ଉଦ୍ଦେଶ୍ୟ ବୋଲି ରାଜ୍ୟ ବିଜେପି ପକ୍ଷରୁ କୁହାଯାଇଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *