ଆଜି ବସୁଛି ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

Spread the love

ଆଜି ବସୁଛି ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗରେ ହେବ ଆଲୋଚନା । ଏହାସହ କେନ୍ଦ୍ରରେ ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଏବଂ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତାକୁ ନେଇ ବୈଠକରେ ଚର୍ଚ୍ଚା ହେବ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ କାର୍ଯ୍ୟକାରିଣୀ ବୈଠକ । ତିନି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ବିଶ୍ୱେଶ୍ୱର ଟୁଡୁଙ୍କ ସମେତ କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ବୈଠକରେ ଉପସ୍ଥିତ ରହିବେ । ଏହାସହ ଦଳର ସମସ୍ତ ପଦାଧିକାରୀ, ସାଂସଦ, ବିଧାୟକଙ୍କ ସମେତ ସମସ୍ତ କାର୍ଯ୍ୟକାରିଣୀ ସଦସ୍ୟ ବୈଠକରେ ଯୋଗଦେବେ ।

Leave a Reply

Your email address will not be published. Required fields are marked *