ଆଜିଠୁ ବିଧାନସଭାରେ ବଜେଟ୍ ଅଧିବେଶନ

ଆଜିଠାରୁ ବିଧାନସଭାରେ ବଜେଟ୍ ଅଧିବେଶନ ଆରମ୍ଭ ହେବ। ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଅଧିବେଶନ । ଏହି ଅଧିବେଶନରେ ୨୦୨୦୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ମୋହନ ସରକାର । ଆସନ୍ତା ୨୫ ତାରିଖରେ ଅର୍ଥମନ୍ତ୍ରୀ ଭାବେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳ ଅଭିଭାଷଣରୁ ବଜେଟ ଅଧିବେଶନ ଆରମ୍ଭ ହେବ । ଏହାପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଓ ଆଲୋଚନା ଚାଲିବ । ୨୩ ତାରିଖରେ ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା ହେବ ଓ ୨୪ ତାରିଖରେ ଭୋଟ ଗ୍ରହଣ କରାଯିବ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *