ଆଜିଠୁ ଆନ୍ଧ୍ରପ୍ରଦେଶରେ ନାଇଡୁ ସରକାର। ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରବାବୁ ନାଇଡୁ । ପ୍ରଧାନମନ୍ତ୍ରୀ ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ଶପଥ ଗ୍ରହଣ କଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନାଇଡୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିପରି ଚନ୍ଦ୍ରବାବୁ ନାଇଡୁଙ୍କ ସହ ଜନସେନା ପାର୍ଟିର ମୁଖ୍ୟ ପବନକଲ୍ୟାଣ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଚଳିତ ନିର୍ବାଚନରେ ଆନ୍ଧ୍ରପ୍ରଦେଶରେ ଦମଦାର ପ୍ରଦର୍ଶନ କରିଥିଲା ଟିଡିପି। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ଚନ୍ଦ୍ରବାବୁ ନାଇଡୁ ବଡ଼ ଘୋଷଣା କରିଥିଲେ। ଅମରାବତୀ ଆନ୍ଧ୍ରପ୍ରଦେଶର ଏକମାତ୍ର ରାଜଧାନୀ ହେବ ବୋଲି ସ୍ପଷ୍ଟ କରିଥିଲେ ଚନ୍ଦ୍ରବାବୁ ନାଇଡୁ ।

Naxatra News is now on Whatsapp
Join and get latest news update delivered to you via whatsapp
Join Now