ସରପଞ୍ଚରୁ ସିଏମ୍…

Spread the love

ନୂଆ ମୁଖ୍ୟମନ୍ତ୍ରୀ ପାଇଛି ଓଡିଶା। ମୋହନ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଏନେଇ ଆଜି ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେଇଛି । ମୋହନ ମାଝୀଙ୍କ ବିଷୟରେ ପତ୍ନୀ ପ୍ରିୟଙ୍କାଙ୍କ ବଡ଼ ସୂଚନା। ପ୍ରଥମେ ସରସ୍ୱତୀ ଶିଶୁ ମନ୍ଦିରରେ ଶିକ୍ଷକ ଥିଲେ ମୋହନ ମାଝୀ। ଶିଶୁ ମନ୍ଦିର ଗୁରୁଜୀରୁ କ୍ୟାରିୟର ଆରମ୍ଭ କରିଥିଲେ। ସେହିପରି ୨୦୦୦, ୨୦୦୯, ୨୦୧୯ ଏବଂ ୨୦୨୪ ମସିହାରେ ସେ ବିଧାୟକ ଭାବେ ନିର୍ବାଚିତ ହେଇଛନ୍ତି । ତେବେ ଏହାପୂର୍ବରୁ ସେ ବିଧାନସଭାରେ ବିଜେପିର ମୁଖ୍ୟ ସଚେତକ ଥିଲେ, ଆଉ ଏବେ ବିଜେପି ସତ୍ତାକୁ ଆସିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଦାୟିତ୍ୱ ଦିଆଯାଇଛି ।

ମୋହନ ମାଝୀଙ୍କ ରାଜନୈତିକ କ୍ୟାରିୟର ଜଣେ ସରପଞ୍ଚ ଭାବେ ଆରମ୍ଭ ହେଇଥିଲା । ୧୯୯୭-୨୦୦୦ ମସିହା ପର୍ଯ୍ୟନ୍ତ ସେ ସରପଞ୍ଚ ଭାବେ କାର୍ଯ୍ୟ କରିଥିଲେ । ଏହାପରେ ସେ ୨୦୦୦ ମସିହା ସାଧାରଣ ନିର୍ବାଚନରେ ବିଧାୟକ ଭାବେ କେନ୍ଦୁଝରରୁ ନିର୍ବାଚିତ ହେଇଥିଲେ । ଏହାପରେ ୨୦୦୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଗତ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ନିର୍ବାଚିତ ହୋଇଥିଲେ ।

ସେପଟେ ମହାପ୍ରଭୁଙ୍କ ଆଶୀର୍ବାଦରେ ଓଡିଶାରେ ବିଜେପି ସରକାର ଗଠନ କରିଛି କହି ପ୍ରତିକ୍ରିୟା ରଖିଛନ୍ତି ମୋହନ ମାଝୀ। ରାଜ୍ୟକୁ ଏକ ନମ୍ବର କରିବାକୁ ପ୍ରୟାସ କରାଯିବ । ଓଡିଶାର ସାଢେ ୪ କୋଟି ଜନତା ଆମ ଉପରେ ଭରସା କରିଥିବାରୁ ତାଙ୍କୁ ମଧ୍ୟ ଧନ୍ୟବାଦ । ଆଜି ବିଜେପି ବିଧାୟକ ଦଳର ବୈଠକରେ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛି ବିଜେପି । ସେହିପରି କେଭି ସିଂ ଦେଓ ଓ ପ୍ରଭାତି ପରିଡାଙ୍କୁ ଉପ ମୁଖ୍ୟମନ୍ତ୍ରୀ କରାଯାଇଛି ।

Leave a Reply

Your email address will not be published. Required fields are marked *