ଓଡ଼ିଶା ଜଣେ ଯୋଗଜନ୍ମାଙ୍କୁ ହରାଇଲା – ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ ପ୍ରକାଶ । ସେ କେବଳ କଳାକାର ନୁହେଁ ବରଂ ମୋର ପରିବାରର ଜଣେ ସଦସ୍ୟ ପରି ଥିଲେ । ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ପରିପୁଷ୍ଟ କରିବାରେ ତାଙ୍କର ଯୋଗଦାନ ଥିଲା ଅତୁଳନୀୟ ।ଫେବୃୟାରୀ ୨୮ – ଓଡ଼ିଶାର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ଚିର ସବୁଜ ନାୟକ ଉତ୍ତମ ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ କେବଳ କଳାକାର ନୁହେଁ ବରଂ ମୋର ପରିବାରର ଜଣେ ସଦସ୍ୟ ପରି ଥିଲେ । ଲମ୍ବା ସମୟ ଧରି ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ପରିପୁଷ୍ଟ କରିବାରେ ତାଙ୍କର ଯୋଗଦାନ ଥିଲା ଅତୁଳନୀୟ । ରାମାୟଣ, ଫୁଲଚନ୍ଦନ, ସୀତା ପରି ଝିଅଟିଏ ଆଦି ସୁପରହିଟ୍ ଚଳଚ୍ଚିତ୍ର ତାଙ୍କର ଅନନ୍ୟ କୃତି ।

ଓଡ଼ିଆ ଜନମାନସରେ ନିଖୁଣ ଓ ଜୀବନ୍ତ ଅଭିନୟ ତାଙ୍କୁ ଘରେ ଘରେ ଲୋକପ୍ରିୟ କରାଇଥିଲା । ତାଙ୍କ ବିୟୋଗରେ ଓଡ଼ିଶାର କଳା ଜଗତରେ ଏକ ଶୂନ୍ୟସ୍ଥାନ ତିଆରି ହୋଇଛି । ଓଡ଼ିଶା ଜଣେ ଯୋଗଜନ୍ମାଙ୍କୁ ହରାଇଲା । ସେ ଦୀର୍ଘ ଦିନ ପାଇଁ ଓଡ଼ିଆଙ୍କ ମନରେ ରାଜ କରିବେ । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *