ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା, ଏୟାରପୋର୍ଟରେ ଲୋକଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା। ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଭବ୍ୟ ସ୍ବାଗତ କଲେ ରାଜ୍ୟ ବିଜେପି ଅଧ୍ୟକ୍ଷ ମନମୋହନ ସାମଲ, ମୁଖ୍ୟମନ୍ତ୍ର ମୋହନ ଚରଣ ମାଝୀ ଏବଂ ବରିଷ୍ଠ ଦଳୀୟକର୍ମୀ। ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସ୍ବାଗତ କରିବା ପାଇଁ ଏୟାରପୋର୍ଟରେ ଲୋକଙ୍କ ପ୍ରବଳ ଭିଡ଼ ।ବିଭିନ୍ନ ପାରମ୍ପରିକ ନୃତ୍ୟ କରୁଥିବା ଦେଖିବାକୁ ମିଳିଛି। ଶ୍ରୀ ନଡ୍ଡା ଏଜି ଛକଠାରେ ବାବା ସାହେବ ଡ.ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଏହାପରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗ ଦେଇ ଦଳର ସଦସ୍ୟତା ଅଭିଯାନ ସମ୍ପର୍କରେ ଆଲୋଚନା କରିବେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *