ଆଜି ନାମାଙ୍କନ ଭରିବେ ମମତା ମହନ୍ତ

ବିଜେପିର ରାଜ୍ୟସଭା ପ୍ରାର୍ଥୀ ଭାବେ ଆଜି ନିଜର ନାମାଙ୍କନ ଭରିବେ ମମତା ମହନ୍ତ । ସଂଖ୍ୟା ଦୃଷ୍ଟିରୁ ଶାସକ ଦଳ ବିଜେପି ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ। ତେବେ ଆବଶ୍ୟକତା ପଡିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ନିକଟରେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇ ବିଜୁ ଜନତା ଦଳ ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ମମତା। ମଙ୍ଗଳବାର ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି ବିଜେପି। ମମତା ମହାନ୍ତ କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ। ଏହି ସମ୍ପ୍ରଦାୟରେ ମୟୂରଭଞ୍ଜ ଓ ପଡ଼ୋଶୀ କେନ୍ଦୁଝର ଜିଲ୍ଲାରେ ବହୁ ଲୋକ ରହିଛନ୍ତି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *