କୁଏତ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି। ୪୩ ବର୍ଷ ପରେ ପ୍ରଥମଥର ପାଇଁ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ କୁଏତ ଗସ୍ତରେ ଯାଇଛନ୍ତି । ଯାହା ଫଳରେ ଦ୍ୱିପାକ୍ଷିକ ସମ୍ପର୍କ ଆହୁରି ମଜବୁତ ହେବ। ଶେଷ ଥର ପାଇଁ ୧୯୮୧ ମସିହାରେ ଇନ୍ଦିରା ଗାନ୍ଧି ପ୍ରଧାନମନ୍ତ୍ରୀ ଥିବା ସମୟରେ କୁଏତ ଗସ୍ତ କରିଥିଲେ। ଏହା ପରଠୁ ଭାରତର ଆଉ କୌଣସି ପ୍ରଧାନମନ୍ତ୍ରୀ କୁଏତ ଗସ୍ତରେ ଯାଇନଥିଲେ। କୁଏତର ଆମିର ଶେଖ୍ ମେଶଲ ଅଲ ଶବାହଙ୍କ ନିମନ୍ତ୍ରଣରେ ଶନିବାର ଓ ରବିବାର ଦୁଇ ଦିନିଆ କୁଏତ ଗସ୍ତରେ ଯାଇଛନ୍ତି ନରେନ୍ଦ୍ର ମୋଦି । ତେବେ ସେଠାରେ ପ୍ରମୁଖ ନେତା ମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now