ରୁଷରେ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

୧୬ ତମ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବା ପାଇଁ ରୁଷ କାଜାନରେ ଅବତରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ସେଠାରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି । ପ୍ରଧାନମନ୍ତ୍ରୀଙ୍କ ସେଠାରେ ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ବିପାକ୍ଷିକ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ପୁଟିନ ବ୍ୟତିତ ପ୍ରଧାନମନ୍ତ୍ରୀ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ମଧ୍ୟ ଭେଟିବା ସହିତ ଅନ୍ୟ ବକ୍ସି ସଦସ୍ୟ ରାଷ୍ଟ୍ରର ନେତା ଙ୍କ ସହ ଦ୍ବିପାକ୍ଷିକ ଆଲୋଚନା କରିବାର ସମ୍ଭାବନା ରହିଛି ।

ଚଳିତ ବର୍ଷ ବ୍ରିକ୍ସ ସମ୍ମିଳନୀରେ ମୁଖ୍ୟ ପ୍ରସଙ୍ଗ ରହିଛି ଷ୍ଟେନ୍ଦେନିଙ୍ଗ ମଲ୍ଟିଲାଟେରାଲିଜମ ଫର ଜଷ୍ଟ ଗ୍ଲୋବାଲ ଡେଭେଲପମେଣ୍ଟ ଆଣ୍ଡ ସିକ୍ୟୁରିଟି , ଅର୍ଥାତ ବିଶ୍ବର ବିକାଶ ଏବଂ ସୁରକ୍ଷା ପାଇଁ ବହୁ ପକ୍ଷବାଦକୁ ସୁଦୃଢ କରିବା । ଏହା ଦ୍ବାରା ବିଶ୍ବ ନେତାମାନେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ଏହି ଗୁରୁତ୍ବପୂର୍ଣ୍ଣ ମଞ୍ଚରେ ଆଲୋଚନା କରିପାରିବେ । ତେବେ ଏହି ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଦ୍ବିପାକ୍ଷିକ କଥାବାର୍ତ୍ତା କରିବାର ସମ୍ଭାବନା ରହିଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *