ରାଜ୍ୟପାଳଙ୍କୁ ଭେଟିଲେ ମୋହନ ମାଝୀ….

Spread the love

ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ମୋହନ ମାଝୀ। ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ଦାବି ଉପସ୍ଥାପନା କରିଛନ୍ତି । ମୋହନଙ୍କ ସହ ରଜନାଥ ସିଂହ ଏବଂ ଅନ୍ୟ ବରିଷ୍ଠ ନେତା ସାମିଲ ରହିଛନ୍ତି । ନୂଆ ମୁଖ୍ୟମନ୍ତ୍ରୀ ପାଇଛି ଓଡିଶା। ମୋହନ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ରାଜ୍ୟ କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ପରେ ଘୋଷଣା ହୋଇଛି ମୁଖ୍ୟମନ୍ତ୍ରୀଙ୍କ ନାଁ। କେନ୍ଦୁଝର ବିଧାୟକ ମୋହନ ମାଝୀ ରାଜ୍ୟର ମୁଖ୍ୟମନ୍ତ୍ରୀ ବୋଲି ଘୋଷଣା କରାଯାଇଛି। ଆଜି ବିଜେପି ବିଧାୟକ ଦଳର ବୈଠକରେ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛି ବିଜେପି । ସେହିପରି କେଭି ସିଂ ଦେଓ ଓ ପ୍ରଭାତି ପରିଡାଙ୍କୁ ଉପ ମୁଖ୍ୟମନ୍ତ୍ରୀ କରାଯାଇଛି । ୨୦୦୦, ୨୦୦୯, ୨୦୧୯ ଏବଂ ୨୦୨୪ ମସିହାରେ ସେ ବିଧାୟକ ଭାବେ ନିର୍ବାଚିତ ହେଇଛନ୍ତି ।

Leave a Reply

Your email address will not be published. Required fields are marked *