ସାବିତ୍ରୀ ଅମାବାସ୍ୟା ଛୁଟି ମେ ମାସ ୨୭ ତାରିଖ ପରିବର୍ତ୍ତେ ୨୬ ତାରିଖରେ ହେବ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।
ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା।27 ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ।

Naxatra News is now on Whatsapp
Join and get latest news update delivered to you via whatsapp
Join Now