ବଜ୍ରପାତଜନିତ ମୃତ୍ୟୁ ସଂଖ୍ୟାରେ ଓଡ଼ିଶା ଆଗରେ ରହିଛି। ଏନେଇ ବିଧାନସଭାରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଉତ୍ତର ରଖିଛନ୍ତି। ମନ୍ତ୍ରୀ କହିଛନ୍ତି ଗତ ୫ବର୍ଷରେ ରାଜ୍ୟରେ ବଜ୍ରପାତରେ ୧୧୦୩ଜଣଙ୍କ ମୃତ୍ୟୁ ହୋଇଛି। ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର ଜିଲ୍ଲାରେ ବଜ୍ରପାତ ମୃତ୍ୟୁ ସଂଖ୍ୟା ଅଧିକ ରହିଛି। ୫ବର୍ଷରେ ଝାରସୁଗୁଡା ଜିଲାରେ ସର୍ବାଧିକ ୭୨ଜଣ ଓ ବଲାଙ୍ଗିରରେ ୫୫ଜଣଙ୍କ ମୃତ୍ୟୁ ହୋଇଛି। ବଜ୍ରପାତ ରୋକିବାକୁ ନେଇ ତାଳଗଛ ରୋପଣ ଉପରେ ଗୁରୁତ୍ୱାରୋପ କରିଛନ୍ତି ମନ୍ତ୍ରୀ। ଏଥିପାଇଁ ବନବିଭାଗକୁ ରାଜସ୍ୱ ବିଭାଗ ୭କୋଟି ଟଙ୍କା ଦିଆଯାଇଛି।
Naxatra News is now on Whatsapp
Join and get latest news update delivered to you via whatsapp
Join Now