ପଶ୍ଚିମବଙ୍ଗ ଦୁର୍ଗାପୁରରେ ଜଣେ ଓଡ଼ିଆ ଏମ୍ବିବିଏସ୍ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହା ଉପରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ‘ରାତିରେ ଝିଅମାନେ ବାହାରକୁ ଆସିବା ଉଚିତ ନୁହେଁ, ସେମାନେ ନିଜକୁ ମଧ୍ୟ ସୁରକ୍ଷା ଦେବା ଦରକାର’ ବୋଲି ମମତା କହିଛନ୍ତି।ଏଭଳି ବୟାନକୁ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ କେବଳ ମୋତେ ନୁହେଁ ପଶ୍ଚିମ ବଙ୍ଗଳାରେ ଥିବା ଚାରିକୋଟି ନବେ ଲକ୍ଷ ମହିଳାମାନଙ୍କୁ ଆଶ୍ଚର୍ଯ୍ୟ ଓ ଅପମାନିତ କରିଛି। ପୀଡ଼ିତାକୁ ନ୍ୟାୟ ଦେବା ବଦଳରେ ଲିଙ୍ଗଭିତ୍ତିକ ଅସମାନତା ଆଣିବା, ଝିଅମାନଙ୍କ ଅଧିକାର ଉପରେ ପ୍ରଶ୍ନ ଉଠାଇବାର ଅଧିକାର ମୁଖ୍ୟମନ୍ତ୍ରୀଙ୍କର ନାହିଁ। ଆଉ ଯଦି ଓଡ଼ିଆ ଝିଅ ପୀଡ଼ିତା ବୋଲି ଦରଦ ନାହିଁ, ଓଡ଼ିଶା ସରକାରଙ୍କୁ ଲେଖି ଦିଅନ୍ତୁ। ଆମ ପିଲାଙ୍କ କଥା ତୁମ ରାଜ୍ୟରେ ବି ଆମେ ବୁଝିପାରିବୁ। ଲଜ୍ଜାବୋଧ ନ ରହିବା ଅତ୍ୟନ୍ତ ନିନ୍ଦନୀୟ। ମହିଳା ମୁଖ୍ୟମନ୍ତ୍ରୀଙ୍କ ପାଖରୁ ଯଦି ସମବେଦନା, ସୁରକ୍ଷା, ଅଧିକାର ଝିଅମାନେ ଆଶା କରିବେନି, ତାହାହେଲେ କରିବେ କାହାଠାରୁ ? ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କଡ଼ା ସମାଲୋଚନା କରିଛନ୍ତି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now