ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ହେଲେ ସମୀର ମହାନ୍ତି

Spread the love

ଭୁବନେଶ୍ୱର : ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରେ ସାମିଲ କରାଯାଇଛି । ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା କେନ୍ଦ୍ରୀୟ କାର୍ଯ୍ୟାଳୟ ପ୍ରଭାରୀ ଅରୁଣ ସିଂହ ଏକ ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦେଇଛନ୍ତି ।

ଏହି ବିଜ୍ଞପ୍ତିରେ କୁହାଯାଇଛି ଯେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କ ନିର୍ଦେଶ କ୍ରମେ ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କୁ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ କମିଟିରେ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ମନୋନୀତ କରାଯାଇଛି ।

Leave a Reply

Your email address will not be published. Required fields are marked *