ରାଜ୍ୟ କ୍ୟାବିନେଟ ବୈଠକ : ୫ଟି ପ୍ରସ୍ତାବ ଉପରେ ମୋହର

ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହର ବାଜିଛି । ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର । ଅଣକୁଶଳୀ, ଅର୍ଦ୍ଧକୁଶଳୀ ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ମଜୁରୀ ବୃଦ୍ଧି ପାଇଛି । ସେହିଭଳି କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୫୦୦ ଟଙ୍କା, ମୁଖ୍ୟକୁଶଳୀଙ୍କ ପାରିଶ୍ରମିକ ୫୦୦ଟଙ୍କା ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ମଜୁରୀ ୫୦୨ରୁ ୬୦୦ ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି । ସେହିଭଳି ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି ଟଙ୍କାର କର୍ପସ୍ ପାଣ୍ଠି ଦିଆଯିବ।  ଓଡ଼ିଆ ଅସ୍ମିତା ପାଇଁ ୨ଶହ କୋଟିର କର୍ପସ ପାଣ୍ଠିକୁ ମଂଜୁରୀ ହୋଇଛି। ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ଓଡ଼ିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ। ତାଳପତ୍ର ପୋଥି ସଂଗ୍ରହାଳୟ, ବିଭିନ୍ନ ବିଶ୍ବବିଦ୍ୟାଳୟରେ  ଓଡ଼ିଆ ଚେୟାର ପ୍ରତିଷ୍ଠା ହେବ। ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ପ୍ରଦାନ ପ୍ରଚେଷ୍ଟା କରାଯିବ। ବାଲିଯାତ୍ରାକୁ ଆନ୍ତର୍ଜାତୀୟ ଉତ୍ସବ ମାନ୍ୟତା ଦିଆଯିବ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *