ସୁଭଦ୍ରାକୁ ନେଇ ବଡ ଅପଡେଟ । ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା। ତୃତୀୟ ପର୍ଯ୍ୟୟରେ ସାମିଲ ହେବେ ସମସ୍ତ ଅଙ୍ଗନୱାଡି କର୍ମୀ। ସମସ୍ତଙ୍କର ଯାଞ୍ଚ ସରିଛି । ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ସାମିଲ ପାଈଁ ଆଜି ସନ୍ଧ୍ୟାରେ ବସିବ ଗୁରୁତ୍ୱପୂର୍ଣ ବୈଠକ । ୨୪ରେ ୨୦ ଲକ୍ଷ ମହିଳା ମିଳିବା ସହ ୮୦ ଲକ୍ଷ ମହିଳାଙ୍କୁ ମିଳିଯିବ ସୁଭଦ୍ରା ଟଙ୍କା । ୧ କୋଟି ୧୬ ଲକ୍ଷରେ ପହଞ୍ଚିଲାଣି ଶୁଭଦ୍ରା ଆବେଦନକାରୀଙ୍କ ସଂଖ୍ୟା । ଗୋଟିଏ ମୋବାଇଲ ନମ୍ବର ସହ ଏକାଧିକ ଆକାଉଣ୍ଟ ଲିଙ୍କ ରହୁଛି । ୫ ଲକ୍ଷ ଆବେଦନକାରୀଙ୍କୁ ସିଙ୍ଗଲ ଆକାଉଣ୍ଟ ଦେବାକୁ ପୁଣି ଅପିଲ କଲେ ଉପମୁଖ୍ୟମନ୍ତ୍ରୀ।
Naxatra News is now on Whatsapp
Join and get latest news update delivered to you via whatsapp
Join Now