ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଭରିଲେ ସୁରମା ପାଢୀ

Spread the love

ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଇଛି । ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ବିଧାୟିକା ସୁରମା ପାଢୀ । ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁରମା ପାଢୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ ଓ ବିଜେପିର ଅନ୍ୟ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁରମା ପାଢୀ । ଆଜି ବାଚସ୍ପତି ପ୍ରାର୍ଥୀ ପାଇଁ ବିଜେପିର ବିଧାୟକ ଦଳ ବୈଠକ ବସିଥିଲା । କାହାକୁ ବାଚସ୍ପତି ପ୍ରାର୍ଥୀ କରାଯିବ ସେନେଇ ଦୀର୍ଘସମୟ ଧରି ମାନସମନ୍ଥନ ଚାଲିଥିଲା । ଏହି ବୈଠକରେ ସର୍ବସମ୍ମତି କ୍ରମେ ସୁରମା ପାଢୀଙ୍କ ନାଁରେ ମୋହର ବାଜିଛି । ବିଧାନସଭାରେ ବିଜେପିର ଆବଶ୍ୟକୀୟ ସଂଖ୍ୟା ଥିବାରୁ ସୁରମା ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ଏକପ୍ରକାର ସ୍ପଷ୍ଟ ହୋଇଛି । ସେହିଭଳି ବିରୋଧୀ ଦଳ ପକ୍ଷରୁ ଏଯାଏଁ କାହାକୁ ବାଚସ୍ପତି ପ୍ରାର୍ଥୀ ଭାବେ ମୈଦାନକୁ ଓହ୍ଲାଯାଇନାହିଁ ।

Leave a Reply

Your email address will not be published. Required fields are marked *