ସୁରମା ପାଢୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି

Spread the love

ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେଲେ ରଣପୁର ବିଧାୟିକା ସୁରମା ପାଢୀ। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ସର୍ବସମ୍ମତି କ୍ରମେ ସୁରମା ପାଢୀ ବାଚସ୍ପତି ନିର୍ବାଚିତ ହୋଇଛନ୍ତି । ଦାୟିତ୍ୱ ଗ୍ରହଣ ପରେ  ଗୃହ ପରିଚାଳନା କଲେ ନୂଆ ବାଚସ୍ପତି।  ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ସବୁ ଦଳର ବିଧାୟକ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସୁରମା ପାଢୀଙ୍କୁ ବାଚସ୍ପତି କରିବାକୁ ଗୃହରେ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଯାହାକୁ ସମସ୍ତ ସଦସ୍ୟ ସମର୍ଥନ କରିଥିଲେ।  ଗତକାଲି ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ ସୁରମା ପାଢୀ ।

Leave a Reply

Your email address will not be published. Required fields are marked *