ପ୍ରଥମେ ବିଧାୟକ ଭାବେ ଶପଥ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବିଧାନସଭାରେ ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ ଓ ପ୍ରଭାତୀ ପରିଡା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ କରିଛନ୍ତି । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମସ୍ତଙ୍କୁ ଶପଥପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ନେବା ପରେ ନବ ନିର୍ବାଚିତ ବିଧାୟକ ପର୍ଯ୍ୟାୟକ୍ରମେ ଶପଥଗ୍ରହଣ କରୁଛନ୍ତି । ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ  । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ କରାଯିବ  । ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *