ଆଜି ବସିବ ବିଜେଡି ବିଧାୟକ ଦଳ ବୈଠକ

Spread the love

ବିଧାନସଭାରେ କିଏ ହେବେ ବିରୋଧୀ ଦଳ ନେତା? ଏନେଇ ଆଜି ବସିବ ବିଜେଡି ବିଧାୟକ ଦଳ ବୈଠକ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ବିରୋଧୀ ଦଳ ନେତା କରିବା ପାଇଁ ଏକ ପ୍ରକାର ଚର୍ଚ୍ଚା ହେଉଛି । ବହୁ ବିଧାୟକ ତାଙ୍କ ନାଁ ପ୍ରସ୍ତାବ ଦେଇଥିବା ମଧ୍ୟ କୁହାଯାଉଛି। ତେବେ ପ୍ରଶ୍ନ ଉଠୁଛି ବିଧାନସଭାରେ ନବୀନ ବିରୋଧୀ ଦଳ ନେତା ହେଲେ କେତେ ପ୍ରଭାବୀ ରହିବେ? କାରଣ ମୁଖ୍ୟମନ୍ତ୍ରୀ ଥିବା ବେଳେ ସେ ଖୁବ କମ୍ ବିଧାନସଭା ଆସୁଥିଲେ। ତେଣୁ ଦଳ ଆଉ ଜଣେ ବରିଷ୍ଠ ନେତାଙ୍କୁ ଉପନେତା କରିପାରେ ବୋଲି ମଧ୍ୟ କୁହାଯାଉଛି। ଉପନେତା ଦୌଡ଼ରେ ଆଗରେ ରହିଛି ବରିଷ୍ଠ ବିଧାୟକ ତଥା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟଙ୍କ ନାମ। ଏହାସହ ବରିଷ୍ଠ ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ବିରୋଧୀ ଦଳ ମୁଖ୍ୟ ସଚେତକ ଏବଂ ପ୍ରତାପ ଦେବଙ୍କୁ ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ଭାବେ ଦଳ ନିଯୁକ୍ତ କରିପାରେ ବୋଲି ଚର୍ଚ୍ଚା ହେଉଛି। ତେବେ ଏନେଇ ବିଜେଡି ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ।

Leave a Reply

Your email address will not be published. Required fields are marked *