ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ରାଜଧାନୀ । ରାଜଧାନୀ ଭୁବନେଶ୍ୱର ଏକ ପ୍ରକାର ପୁଲିସ୍ ଛାଉଣିରେ ପରିଣତ ହୋଇ ଯାଇଛି। ଗାଡ଼କଣ ଗାଁ, ଜନତା ମଇଦାନ ସଭାସ୍ଥଳ ଓ ଏୟାରପୋର୍ଟରୁ କଳିଙ୍ଗ ହସ୍ପିଟାଲ ରାସ୍ତାରେ ଜଗି ରହିଛନ୍ତି ବହୁ ସଂଖ୍ୟାରେ ପୁଲିସ୍। ବିମାନବନ୍ଦରରୁ ଜନତା ମଇଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ଘୋଷଣା ହୋଇଛି। ପିଏମ୍ଙ୍କ କାରକେଡ୍ ଯେଉଁ ବାଟେ ଯିବ ସବୁଠି ବ୍ୟାରିକେଡ୍ ଲାଗିଛି, ପୁଲିସ୍ ମୁତୟନ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ଏଥିରେ ସାମିଲ ହେବେ । ବ୍ୟାପକ ମହିଳା ପୁଲିସ କର୍ମଚାରୀଙ୍କ ସହ ସାଦା ପୋଷାକଧାରୀ ପୁଲିସ୍ ବି ମୁତୟନ ହେବେ।
Naxatra News is now on Whatsapp
Join and get latest news update delivered to you via whatsapp
Join Now