ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ….

ବଡ଼ ଠାକୁରଙ୍କ ପହଣ୍ଡି ଅଘଟଣ ପରେ ଆକ୍ସନ ମୋଡ଼ରେ ରାଜ୍ୟ ସରକାର। ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢୀଙ୍କୁ ମିଳିଲା ଦାୟିତ୍ବ । ଗୁରୁବାର ରାତି ଅଧିଆ ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ଅରବିନ୍ଦ ପାଢୀ ବର୍ତ୍ତମାନ କୃଷି ବିଭାଗର ପ୍ରମୁଖ ଶାସନ ସଚିବ ରହିଥିବା ବେଳେ ଶ୍ରୀମନ୍ଦିର ମୁଖ୍ୟ ଶାସନ ସଚିବ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢୀଙ୍କର ମଧ୍ୟ ପୁରୁଣା ଅଭିଜ୍ଞତା ରହିଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *