ନିଜ ଜନ୍ମ ମାଟିକୁ ଯିବେ ମୁଖ୍ୟମନ୍ତ୍ରୀ

ଆଜି ନିଜ ଜନ୍ମମାଟିକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ମୋହନ ମାଝୀ ପ୍ରଥମଥର ପାଇଁ କେନ୍ଦୁଝର ଜିଲ୍ଲା ଗସ୍ତରେ ଆସୁଛନ୍ତି। ଏଥିପାଇଁ କେନ୍ଦୁଝର ଜିଲ୍ଲା ଏବଂ ମୁଖ୍ୟମନ୍ତ୍ରୀଙ୍କ ଜନ୍ମମାଟି ରାଇକଳାରେ ଆନନ୍ଦ ଖେଳିଯାଇଛି। ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ ସମ୍ୱର୍ଦ୍ଧନା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଜନ୍ମମାଟି ରାଇକଳାରେ ମୁଖ୍ୟମନ୍ତ୍ରୀଙ୍କୁ ପାରମ୍ପରିକ ଢଙ୍ଗରେ ସ୍ୱାଗତ କରିବେ ଅଞ୍ଚଳବାସୀ। ସକାଳ ସାଢେ ୧୦ଟାରେ ଘଟଗାଁ ହାଇସ୍କୁଲ ପଡିଆରେ ହେଲିକ୍ୟାପଟର ଯୋଗେ ଅବତରଣ କରି ପ୍ରଥମେ ମାତାରିଣୀଙ୍କର ଦର୍ଶନ କରିବେ। ଏହାପରେ ମଧ୍ୟାହ୍ନ ୧୨ଟା ୪୦ମିନିଟରେ ହେଲିକ୍ୟାପଟର ଯୋଗେ କେନ୍ଦୁଝର ସର୍କିଟ୍ ହାଉସରେ ପହଞ୍ଚିବେ। ଏଠାରେ ମଧ୍ୟାହ୍ନ ଭୋଜନ ପରେ, ୩ଟା ୧୦ମିନିଟରେ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ। ଏହାପରେ, କେନ୍ଦୁଝର ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ଏକ ସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ୨୪ତାରିଖରେ ମୁଖ୍ୟମନ୍ତ୍ରୀ ନିଜ ଜନ୍ମମାଟି ରାଇକଳାରେ ହେଲିକ୍ୟାପଟର ଯୋଗେ ପହଞ୍ଚି ଝୁମ୍ପୁରାରେ ଏକ ସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ, ସେ ନିଜ ଘର ରାଇକଳାରେ ମଧ୍ୟାହ୍ନ ଭୋଜନ କରି ସେଠାରୁ ଭୁବନେଶ୍ବର ଫେରିଯିବେ। ମୁଖ୍ୟମନ୍ତ୍ରୀଙ୍କର ଏହି ଗସ୍ତକୁ ନେଇ କେନ୍ଦୁଝରର ଜନସାଧାରଣ ଖୁସିବ୍ୟକ୍ତ କରିବା ସହ ଏହାଦ୍ବାରା ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ହେବ ବୋଲି କହିଛନ୍ତି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *