ପ୍ରାଣୀଧନ ନିରୀକ୍ଷକ ସଂଘର ଦାବି ସମ୍ପର୍କରେ ଅନୁଧ୍ୟାନ କରାଯାଉଛି : ମନ୍ତ୍ରୀ

Spread the love

ଭୁବନେଶ୍ୱର : କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅଧ୍ୟକ୍ଷତାରେ ଆଜି ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ରାଜ୍ୟରେ କାର୍ଯ୍ୟରତ ପ୍ରାଣୀଧନ ନିରୀକ୍ଷକ ସଂଘର ବିଭିନ୍ନ ଦାବି ସଂପର୍କରେ ଆଲୋଚନା ଅନୁଷ୍ଠିତ ହୋଇଯାଇଛି ।

କୃଷି ଭବନଠାରେ ଆୟୋଜିତ ବୈଠକରେ ମନ୍ତ୍ରୀ ସ୍ୱାଇଁ କହିଛନ୍ତି ଯେ ବିଭାଗ ପକ୍ଷରୁ ସଂଘର ବିଭିନ୍ନ ଦାବି ସଂପର୍କରେ ଅନୁଧ୍ୟାନ କରାଯାଉଛି । ଏହି ପରିପ୍ରେକ୍ଷୀରେ ସଂଘ ତରଫରୁ ତୁରନ୍ତ ଧର୍ମଘଟ ପ୍ରତ୍ୟାହାର କରିବା ପାଇଁ ମନ୍ତ୍ରୀ ସ୍ୱାଇଁ ସଂଘର କର୍ମକର୍ତା ଓ ପ୍ରତିନିଧିମାନଙ୍କୁ ଅନୁରୋଧ କରିଛନ୍ତି । ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, କଟକ-ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳଙ୍କ ସମେତ ସଂଘର ସଭାପତି, ସାଧାରଣ ସଂପାଦକ ଓ ଅନ୍ୟାନ୍ୟ କର୍ମକର୍ତା ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Leave a Reply

Your email address will not be published. Required fields are marked *