ଜଳ ପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରୀ ମୃତ ଓ ଜଣେ ନିଖୋଜ

ମାଲକାନିଗରି ଜିଲ୍ଲା ସୀମାନ୍ତ ଜଳ ପ୍ରପାତରେ ବୁଡି ୨ଡାକ୍ତରୀ ଛାତ୍ରୀ ମୃତ ଓ ଜଣେ ଛାତ୍ରୀ ନିଖୋଜ। ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲାର ମୋଟୁ ଠାରୁ ପ୍ରାୟ ୪୦କିମି ଦୂରରେ ଥିବା ଆନ୍ଧ୍ରପ୍ରଦେଶର ଆଲୁରି ଜିଲ୍ଲାର ଜଳ ତରଙ୍ଗିନୀ ନାମକ ଝରଣାକୁ ୧୩ଜଣ ଡାକ୍ତରୀ ଛାତ୍ରଛାତ୍ରୀ ବୁଲିବାକୁ ଯାଇଥିଲେ। ତେବେ ଜଳ ପ୍ରପାତ ନିକଟରେ ସମସ୍ତେ ବସିଥିବା ବେଳେ ହଠାତ ପ୍ରଖର ସ୍ରୋତର ଜଳ ଆସିବାରୁ ୪ଜଣ ଛାତ୍ରୀ ଓ ଜଣେ ଛାତ୍ର ପାଣିରେ ଭାସି ଯାଇଥିଲେ। ସେଠାରୁ ଜଣେ ଛାତ୍ର ଓ ଜଣେ ଛାତ୍ରୀଙ୍କୁ ଉଦ୍ଧାର କରଯାଇଥିଲା ଏବଂ ଅନ୍ୟ ୩ଜଣ ଛାତ୍ରୀ ପାଣି ମଧ୍ୟରେ ଭାସି ଯାଇଥିଲେ। ଉଦ୍ଧାର ହୋଇଥିବା ୨ଜଣଙ୍କୁ ରାଜମହେନ୍ଦ୍ରୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଯାହାଙ୍କ ମଧ୍ୟରୁ ଜଣକ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଅନ୍ୟପଟେ ପାଣିରେ ଭାସି ଯାଇଥିବା ୩ଜଣଙ୍କ ମଧ୍ୟରୁ ଜଣେ ନିଖୋଜ ଥିବା ବେଳେ ଅନ୍ୟ ୨ଜଣ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ତେବେ ରବିବାର ସନ୍ଧ୍ୟାରେ ଏହି ଘଟଣା ଘଟିଥିବା ବେଳେ ରାତି ହେବାରୁ ଉଦ୍ଧାର କାର୍ଯ୍ୟ ବନ୍ଦ ରହିଥିଲା। ଆଜି ସକାଳୁ ନିଖୋଜ ଛାତ୍ରୀଙ୍କ ତଲାସୀ ଜାରି ରହିଛି। ଏହି ଛାତ୍ରଛାତ୍ରୀ ମାନେ ଏଲୁର ମେଡିକାଲ କଲଜେର ବୋଲି ଜଣାପଡ଼ିଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *