୫ ଜିଲ୍ଲାକୁ ରେଡ୍ ଆଲର୍ଟ

ବାତ୍ୟା ମୋନ୍ଥା ଭୀଷଣ ବାତ୍ୟାର ରୂପ ନେଇ ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି। ଗୋପାଳପୁର ଠାରୁ ୫୧୦ କିମି ଦକ୍ଷିଣ ଦକ୍ଷିଣ ପଶ୍ଚିମରେ ରହିଛି। ଗତ ୬ ଘଣ୍ଟା ମଧ୍ୟରେ ୧୨ କିମି ଘଣ୍ଟାପ୍ରତି ବେଗରେ ଗତି କରୁଛି।ଏହା ଉତ୍ତର ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିବା ସହ ଆଜି ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ଏହା କାକାନାଡା ପାଖାପାଖି ମଛଲିପାଟନାମ ଏବଂ କଳିଙ୍ଗାପାଟନମ ମଝିରେ ସ୍ଥଳଭାଗ ଅତିକ୍ରମ କରିବ।ବାତ୍ୟା ଅତିକ୍ରମ କରିବା ବେଳେ ଏହା ଭୀଷଣ ବାତ୍ୟାର ରୂପ ନେବ । ଏହି ସମୟରେ ୯୦-୧୦୦ କିମି ବେଗରେ ପବନ ଓ ଝଟକା ପବନ ୧୧୦ କିଲୋମିଟର ପର୍ଯ୍ୟନ୍ତ ହେବ। ପ୍ରଭାବରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ରହିବ ସର୍ବାଧିକ ପବନର ପ୍ରଭାବ ରହିବ। ଆଗାମୀ ୨୪ ଘଣ୍ଟା ରେ ସାରା ଓଡ଼ିଶାରେ ବର୍ଷା ସହ ଗଂଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଏହି ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗୋଟେ କିମ୍ବା ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାକୁ ନେଇ ରେଡ ଆଲର୍ଟ ଜାରି କରାଯାଇଛି। ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ଵର୍ଷା କୁ ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ୧୯ ଜିଲ୍ଲା ଯେପରିକି ନୂଆପଡା ବଲାଙ୍ଗୀର ସୋନପୁର ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ,ବରଗଡ଼, ଝାରସୁଗୁଡା, ଦେଓଗଡ, କେନ୍ଦୁଝର , ମୟୁରଭଞ୍ଜ , ସୁନ୍ଦରଗଡ, କଟକ, ଜଗତସିଂପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ହଳଦିଆ ବର୍ଣ୍ଣିଙ୍ଗ ଜାରି ହୋଇଛି। ଏସବୁ ଜିଲ୍ଲାରେ ୬୦ ରୁ ୭୦ କିମି ଘଣ୍ଟା ପ୍ରତି ପବନ ଓ ଝଟକା ପବନ ୮୦ କିମି ପ୍ରତି ଘଣ୍ଟାରେ ରହିବ। ଆସନ୍ତାକାଲି ସାରା *ଓଡ଼ିଶାରେ ବର୍ଷା ହେବା ସହ ସହ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା କୁ ନେଇ ମାଲକାନଗିରି କୋରାପୁଟ ରାୟଗଡା କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ରେଡ ଆଲର୍ଟ ଜାରି କରିଛି ବିଭାଗ। ସେହିପରି ଗଜପତି କନ୍ଧମାଳ ଓ ବଲାଙ୍ଗୀର ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଅରେଞ୍ଜ ସହ ଅବଶିଷ୍ଟ ୨୧ ଜିଲ୍ଲାକୁ ପ୍ରବଳ ଵର୍ଷା ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ। ୩୦ ତାରିଖରେ ଉତ୍ତର ଓଡ଼ିଶାର ୫ ଜିଲ୍ଲା ଯେପରିକି ସମ୍ବଲପୁର ,ଝାରସୁଗୁଡା ,ସୁନ୍ଦରଗଡ, ଦେଓଗଡ କେନ୍ଦୁଝର ଓ ମୟୁରଭଞ୍ଜ ରେ ପ୍ରବଳ ଵର୍ଷା ଜାରି ରହିବା ସହ ୧ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ପବନର ବେଗ ଆଜିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର କୂଳକୁ ଯିବାକୁ ମନା କରାଯାଇଛି। ବନ୍ଦର ଗୁଡିକ ପାଇଁ ରହିଛି ୨ ନମ୍ବର ବିପଦ ସଂକେତ ରହିଥିବା ବିବେଳେ ଗୋପାଳପୁର ରେ ୧ ନମ୍ବର ବିପଦ ସଂକେତ ଜାରି ହୋଇଛି। ବିଶେଷ ଭାବେ ମାଲକାନଗିରି, ଗଜପତି ଗଂଜାମ, କୋରାପୁଟ କଳାହାଣ୍ଡି ଓ ନବରଙ୍ଗପୁର ଏହି ୬ ଜିଲ୍ଲା ବାତ୍ୟାର ପ୍ରଭାବ ଅଧିକ ହେବାକୁ ଥିବା ବେଳେ ଭୁସ୍ଖଳନ ସହ କଚ୍ଚା ଘର ଭାଙ୍ଗିବା ,ଗଛ ପଡିବା ଓ କୁତ୍ରିମ ବନ୍ୟା ସ୍ଥିତି ଭୟ ରହିଥିବାରୁ ତଳୁଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *