ଚମ୍ପୁଆ ଥାନା ଏନଏଚ୍ ୫୨୦ ତଡୁଆବାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଟ୍ରକ ଧକ୍କାରେ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଯୋଡ଼ା ଥାନା ବିଲେଇପଦା କାରଣସାହିର ନିରଞ୍ଜନ ମଲ୍ଲିକ ଓ ଦାମପୁର ଅଞ୍ଚଳର ସଚିନ ମହାକୁଡ଼ । ଘଟଣା ସ୍ଥଳରେ ହିଁ ଦୁଇ ଜଣଙ୍କ ଶୋଚନୀୟ ଭାବରେ ମୃତ୍ୟୁ ଘଟିଛି ।
ସେପଟେ ଗୁରୁତର ଆହତ କଣ୍ଡରା ଅଞ୍ଚଳର ମୁନା ମହାକୁଡ଼ଙ୍କୁ ଉଦ୍ଧାର କରାଯାଇ ଚମ୍ପୁଆ ମେଡିକାଲରେ ଭର୍ତ୍ତି କରାଯାଇଛି । ତାଙ୍କର ଅବସ୍ଥା ସଂକଟାପନ୍ନ ଥିବା ଜଣାପଡିଛି । ତାକୁ କେନ୍ଦୁଝର ଜିଲ୍ଲା ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରକଟି ସେଠାରୁ ଫେରାର ହୋଇଯାଇଛି । ଘଟଣା ସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି । ଚମ୍ପୁଆ ପୋଲିସ ଲୋକଙ୍କୁ ବୁଝାସୁଝା କରିବା ସହ ତଦନ୍ତ ଆରମ୍ଭ କରିଛି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now