ନୂଆ ବର୍ଷରେ ବଡ଼ ଧରଣର ଆଇଏଏସ୍ ସ୍ତରରେ ଅଦଳବଦଳ ହୋଇଛ ।ଅରବିନ୍ଦ ଡାକୁଆ ପୌର ପ୍ରଶାସକ ହେଲେ । ଏନବିଏସ୍ ରାଜପୁତ ହେଲେ ସାଧାରଣ ଉଦ୍ୟୋଗ ବିଭାଗ ପ୍ରମୁଖ ସଚିବ । ଟି. ଆଓ ହେଲେ ଯୋଜନା ଓ ସଂଯୋଜନ ବିଭାଗ ସ୍ୱତନ୍ତ୍ର ସଚିବ । ଭୂପେନ୍ଦ୍ର ସିଂ ପୁନିଆଁଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏଥିସହ ପ୍ରେମଚନ୍ଦ୍ର ଚୌଧୁରୀ ହେଲେ ବୟନ ଶିଳ୍ପ ଓ ହସ୍ତତନ୍ତ ବିଭାଗ ନିର୍ଦ୍ଦେଶକ ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୧ ବ୍ୟାଚ୍ ଆଇଏଏସ୍ ଅରିନ୍ଦମ ଡାକୁଆଙ୍କୁ ଗତ ଜୁଲାଇ ମାସରେ ନିଯୁକ୍ତି ମିଳିଥିଲା। ଶ୍ରୀ ଡାକୁଆ ୨୦୧୩ ଜୁଲାଇରୁ ୨୦୧୪ ଅଗଷ୍ଟ ମାସ ପର୍ଯ୍ୟନ୍ତ କେନ୍ଦୁଝର ଜିଲ୍ଲାର ଚମ୍ପୁଆ ଉପଜିଲ୍ଲାପାଳ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ସେ ବଲାଙ୍ଗୀର, ନୟାଗଡ଼ ଓ କଟକ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିବା ପରେ ଗତ ଜୁଲାଇରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହୋଇଥିଲେ। ଏବେ ତାଙ୍କ ବଦଳି ପରେ କିଏ ଉକ୍ତ ପଦବୀରେ ବସିବ ତାହା ଉପରେ ସମସ୍ତଙ୍କ ନଜର।
Naxatra News is now on Whatsapp
Join and get latest news update delivered to you via whatsapp
Join Now