ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ବୁଧବାର ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। ଶ୍ରୀମନ୍ଦିର ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ। ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ହାତୀବେଶରେ ଦର୍ଶନ ଦେବେ। ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ ସାରିବା ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରାଙ୍କୁ ଭକ୍ତମାନେ ହାତୀବେଶରେ ଦର୍ଶନ କରିବେ। ଏହି ଅପୂର୍ବ ବେଶକୁ ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରିବେ। ଏହି ସମୟ ପାଖେଇ ଆସୁଥିବାରୁ ଭକ୍ତମାନଙ୍କ ମନରେ ଉତ୍କଣ୍ଠା ଭରି ଉଠୁଛି। ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ଦେଖାଯାଇଥିବା ବେଳେ ବଡ଼ଦାଣ୍ଡ ଆଧ୍ୟାତ୍ମିକ ପରିବେଶରେ ଉଛୁଳି ପଡୁଛି।

Naxatra News is now on Whatsapp
Join and get latest news update delivered to you via whatsapp
Join Now