ଓଡିଆରେ ନାମ ଫଳକ ନ ଲେଖିଲେ ସାବଧାନ । ଆଇନ ଖିଲାପକାରୀ ୧୦୦ ଗୋଟି ବ୍ୟବସାୟ ପ୍ରତିଷ୍ଠାନ ମାଲିକଙ୍କ ବିରୁଦ୍ଧରେ ମୋକଦ୍ଦମା ରୁଜୁ କରାଯାଇଛି । ୧୬୦୬ ଗୋଟି ପ୍ରତିଷ୍ଠାନରେ ଓଡିଆ ଭାଷାରେ ନାମଫଳକ ଲେଖା ନ ହୋଇ ଥିବାରୁ ବ୍ୟବସାୟ ପ୍ରତିଷ୍ଠାନ ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ ।ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୮ ମୋକଦ୍ଦମା ରୁଜୁ କରାଯାଇଛି | ଏହାସହ ଝାରସୁଗୁଡା ୨୩୭, ଖୋର୍ଦ୍ଧାରେ ୨o୧ ବ୍ୟବସାୟ ପ୍ରତିଷ୍ଠାନ ଉପରେ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି ।ରାଜ୍ୟରେ ଚଳିତ ଆର୍ଥିକ ବର୍ଷ ରେ ଏଯାବତ୍ ମୋଟ ୨୮୫୨ ଗୋଟି ପ୍ରତିଷ୍ଠାନରେ ଓଡିଆ ଭାଷାରେ ନାମଫଳକ ପ୍ରଦର୍ଶନ ନିମନ୍ତେ ନିରୀକ୍ଷଣ କରାଯାଇଛି । ଏହା ମଧ୍ୟରୁ ୧୬୦୬ ଗୋଟି ପ୍ରତିଷ୍ଠାନରେ ଓଡିଆ ଭାଷାରେ ନାମଫଳକ ପ୍ରଦର୍ଶନ ନ କରିଥିବା କାରଣରୁ ପ୍ରତିଷ୍ଠାନର ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ସେଥ୍ମଧ୍ୟରୁ ଉକ୍ତ ଆଇନ୍ର ଖୋଲାପକାରୀ ୧୦୦ ଗୋଟି ପ୍ରତିଷ୍ଠାନ ମାଲିକଙ୍କ ବିରୁଦ୍ଧରେ ମୋକଦ୍ଦମା ରୁଜୁ କରାଯାଇଛି।ବିଜେଡ଼ି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ
Naxatra News is now on Whatsapp
Join and get latest news update delivered to you via whatsapp
Join Now