ପବିତ୍ର ଗଣେଶ ପୂଜା

ଆଜି ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥି । ଆଜିର ଏହି ପବିତ୍ର ଦିନରେ ବିଘ୍ନ ବିନାଶନ ଗଜାନନଙ୍କୁ ପୂଜା କରାଯାଏ। ପ୍ରଭୁ ଗଣେଶ ବିଦ୍ୟାର ଦେବତା, ଆଦିଦେବ।  ଅଗ୍ରପୂଜ୍ୟଙ୍କ ପୂଜା ପାଇଁ ଉତ୍ସବମୁଖରିତ ଗାଁଠୁ ସହର। ସୁସଜ୍ଜିତ ପୂଜା ପେଣ୍ଡାଲରେ ପୂଜା ପାଇବେ ବିଘ୍ନହର୍ତ୍ତା। ନାନା ରୂପରେ ଅବତିର୍ଣ୍ଣ ହେବେ ପ୍ରଭୁ ଶ୍ରୀ ଗଣେଶ। ବିଭିନ୍ନ ଗଣେଶ ପୀଠ ଗୁଡ଼ିକରେ ପ୍ରାତଃ କାଳରୁ ଗଜାନନଙ୍କ ପୂଜା ଆରମ୍ଭ ହୋଇଥିବା ବେଳେ ମଣ୍ଡପ ଗୁଡ଼ିକରେ ଆଉ କିଛ ସମୟ ଅପେକ୍ଷା । ବେଦ ଧ୍ବନୀରେ ପ୍ରକମ୍ପିତ ହେବ ଗଗନ ପବନ । ଧୂପ ଦୀପ ଝୁଣା ଓ ନୈବେଦ୍ୟର ମୋହନୀୟ ମହକ ଭିତରେ ଆର୍ବିଭୂତ ହେବେ ପ୍ରଭୁ ଶ୍ରୀ ଗଣେଶ । ହିନ୍ଦୁ ଧର୍ମରେ କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଭଗବାନ ଗଣେଶଙ୍କ ପୂଜା କରାଯାଇଥାଏ । ଗଣେଶଙ୍କ ଧ୍ୟାନ, ଜପ ଓ ଆରାଧନା କରିବା ଦ୍ୱାରା ସମସ୍ତ କାର୍ଯ୍ୟ ନିର୍ବିଘ୍ନରେ ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ବାସ ରହିଛି। ସେଥିପାଇଁ ତ ସେ ବିଘ୍ନହର୍ତ୍ତା।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *