ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗୁରୁବାର ଏହା ଲଘୁଚାପ ରୂପ ନେଇପାରେ। ଲଘୁଚାପ ପ୍ରଭାବରେ ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।୨୫ ଓ ୨୬ ତାରିଖରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପକ୍ଷରୁ କୁହାଯାଇଛି।ଗୁରୁବାର ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି। ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବାଲେଶ୍ୱର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ଅଛି। ଶୁକ୍ରବାର (୨୭ ତାରିଖ) ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଝାରସୁଗୁଡ଼ା ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ। ତେବେ ଶୁକ୍ରବାର ରଥଯାତ୍ରାରେ ପୁରୀରେ ବର୍ଷା ହେବା ସମ୍ଭାବନା କମ୍। ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ଛାଡ଼ି ବାକି ସ୍ଥାନରେ ବର୍ଷା ସମ୍ଭାବନା ନାହିଁ ।
Naxatra News is now on Whatsapp
Join and get latest news update delivered to you via whatsapp
Join Now