ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟିର କାର୍ଯ୍ୟକାରିତା ସମ୍ବନ୍ଧରେ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ
ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟିର କାର୍ଯ୍ୟକାରିତା ସମ୍ବନ୍ଧରେ (୨୪ ଘଣ୍ଟା ମଧ୍ୟରେ) ସବିଶେଷ ରିପୋର୍ଟ ଦାଖଲ କରିବା ପାଇଁ ସମସ୍ତ ବିଶ୍ୱବିଦ୍ୟାଳୟର ରେଜିଷ୍ଟାର ଏବଂ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ଏଥିସହିତ ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସମସ୍ତ ସଦସ୍ୟମାନଙ୍କର ନାମ ଓ ଫୋନ୍ ନମ୍ବରକୁ Higher Education Information Management System (HIMS) ପୋର୍ଟାଲରେ ଅପଲୋଡ଼ କରିବା ସହିତ ବିଶ୍ୱବିଦ୍ୟାଳୟ/ ମହାବିଦ୍ୟାଳୟ ପରିସର ମଧ୍ୟରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ଏହାକୁ ପ୍ରଦର୍ଶିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
କର୍ମକ୍ଷେତ୍ରରେ ହେଉଥିବା ଯୌନ ଉତ୍ପୀଡନ ସମ୍ବନ୍ଧରେ ସଚେତନତା ଓ ଏହାର ନିବାରଣ କରିବା ପାଇଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ମାନଙ୍କରେ ତୁରନ୍ତ କର୍ମଶାଳାର ଆୟୋଜନ କରିବା ନିମନ୍ତେ ବିଶ୍ୱବିଦ୍ୟାଳୟର ରେଜିଷ୍ଟାର ଏବଂ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି।
Naxatra News is now on Whatsapp
Join and get latest news update delivered to you via whatsapp
Join Now