ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ଭୁବନେଶ୍ୱର ଜନତା ମୈଦାନ ଠାରେ ଆୟୋଜିତ ସଭାସ୍ଥଳର ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି । ସୂଚନା ଯୋଗ୍ୟ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି ସମାରୋହ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ।

ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ସଭାସ୍ଥଳ ବୁଲି ଦେଖିବାସହ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯେପରି କୌଣସି ତ୍ରୁଟି ନରହିବ ସେଥିପ୍ରତି ସଜାଗ ରହିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଜି ବିଳମ୍ୱିତ ସନ୍ଧ୍ୟା ସୁଦ୍ଧା ସମସ୍ତ କାର୍ଯ୍ୟ ସମ୍ପନ୍ନ କରିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ୍ ସିଂ ତୋମାର, ସହ ପ୍ରଭାରୀ ଲତା ଉଷେଣ୍ଡି ପ୍ରସ୍ତୁତି କାର୍ଯ୍ୟ ବୁଲି ଦେଖିଥିଲେ ।

ମୁଖ୍ୟ ଶାସନସଚିବ ଶ୍ରୀ ମନୋଜ ଆହୁଜା ଏବଂ ଅତିରିକ୍ତ ମୁଖ୍ୟଶାସନ ସଚିବ ଶିଳ୍ପ ବିଭାଗ ଶ୍ରୀ ହେମନ୍ତ ଶର୍ମା ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତୁତି କାର୍ଯ୍ୟର ସବିଶେଷ ସୂଚନା ପ୍ରଦାନ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ୍ ମହା ନିର୍ଦ୍ଦେଶକ ଶ୍ରୀ ୱାଇ ବି ଖୁରାନିଆ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *