ଡିସେମ୍ବର ୧୬ ତାରିଖ (ସୋମବାର)ରେ ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଗତ ଅକ୍ଟୋବର ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ହେବ ଏବଂ ସେମାନଙ୍କୁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ l ଏହି ସମସ୍ତ ଆବେଦନକାରୀ ସେମାନଙ୍କର ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବେ l ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l ଏହି ଦିନ ପାଇଁ ଅନ୍ୟମାନଙ୍କୁ ପଞ୍ଜୀକରଣ ନ କରିବାକୁ ମଧ୍ୟ ବିଭାଗ ତରଫରୁ ଅନୁରୋଧ କରାଯାଇଛି l
Naxatra News is now on Whatsapp
Join and get latest news update delivered to you via whatsapp
Join Now