ପଞ୍ଚକର ତୃତୀୟ ଦିବସ ,ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ଆଜି କାର୍ତ୍ତିକମାସ ପଞ୍ଚକର ତୃତୀୟ ଦିବସ । ଆଜିର ଦିନରେ  ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଛି । ଆଜି   ଶ୍ରୀଜୀଉଙ୍କ ଅବକାଶ ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ଏହି ବେଶରେ ବିଭୂଷିତ ହୋଇ ଭକ୍ତ ଙ୍କୁ ଦର୍ଶନ ଦେଉଛନ୍ତି । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଛନ୍ତି | ଆଡ଼କିଆ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଇଥାଏ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଛି । ଏହି ଚୂଳରେ ସ୍ଵର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଛି ।  ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ଵର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଛି । ଏଥି ସହିତ ଅନ୍ୟାନ୍ୟ ସ୍ଵର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଛି ।

ଆଡ଼କିଆ ବା ଠିଆକିଆ ବେଶ ମଧ୍ୟରେ ପ୍ରଭେଦ ଏହି କି ଯେ , ଠିଆକିଆ ବେଶରେ ସୁନାକିଆ ଲମ୍ବ ଭାବରେ ଖୋସା ନ ଯାଇ ଆଡ଼ବାଗରେ ଖୋସା ଯାଏ ଏବଂ ଡାଳିକିଆ ବେଶରେ ସୋଲର ଡାଳପତ୍ରରେ ସୁନାର କିଆପତ୍ର ଖଞ୍ଜାଯାଏ । ଏହି ସୁନାକିଆ ଗୁଡିକ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ରଙ୍କ ମସ୍ତକରେ ପିନ୍ଧାଯାଇଥିବା ସୋଲ, କନା, ବେତ , ଜମ୍ବୁରା, କଇଁଥ ଅଠାରେ ନିର୍ମିତ ଚୂଳରେ ଖୋସାଯାଏ । ଚୂଳର ଶେଷରେ ଲଗାଯାଏ ସୁନାର ଚନ୍ଦ୍ରିକା । ସୁଭଦ୍ରାଙ୍କୁ ମଧ୍ୟ ଏହି ବେଶରେ ଗୋଟିଏ ସୁନା ଚନ୍ଦ୍ରିକାଦ୍ଵାରା ଶୋଭିତ କରାଯାଏ । ମାତ୍ର ତାଙ୍କ ମସ୍ତକରେ ଚୂଳ ଲାଗି କରା ନ ଯାଇ ସୁନା କିରୀଟ ଲଗାଯାଏ । ସବୁ ଠାକୁରମାନଙ୍କର ମୂଖର ଉପର ପାର୍ଶ୍ଵରେ ଦୁଇଟି ଲେଖାଏଁ ଆଡ଼କାନି ଲଗାଯାଇଥାଏ । ଏହି ବେଶରେ ଘାଗଡା ମାଳି , ବରକୋଳି ମାଳି , ପଦ୍ମମାଳି,ଗିନିମାଳି, ପଦକ ମାଳି ପିନ୍ଧାଯାଏ । ଏହା ବ୍ୟତୀତ ମହାପ୍ରଭୁଙ୍କୁ ଅନ୍ୟାନ୍ୟ ଅଳଙ୍କାର ମାଳି, ଶ୍ରୀପୟର, ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ।

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପୋଲିସ ପ୍ରଶାସନର ପ୍ରସ୍ତୁତି। ପ୍ରତିକ୍ରିୟା ରଖିଲେ ପୁରୀ ଏସପି।  ସମୁଦାୟ ୩୬ ପ୍ଲାଟୁନ ପୋଲିସ ଫୋର୍ସ ପୁରୀରେ ମୁତୟନ ହେବେ। ମେଡିକାଲ୍ ଛକଠାରୁ ହେବ ନୋ ଭେଇକିଲ୍ ଜୋନ୍ ବେଳାଭୂମିରେ ହେବ ବ୍ୟାପକ ସୁରକ୍ଷା ବ୍ୟବସ୍ଥା। ବେଳାଭୂମିରେ ଡଙ୍ଗା ଭସାଇବା ବେଳେ ଭକ୍ତଙ୍କ ସୁରକ୍ଷା ଓ ସ୍ନାନ ଉପରେ ତୀକ୍ଷ୍ଣ ନଜର ରଖିବେ ଲାଇଫଗାର୍ଡ ଓ ପୋଲିସ। ଟ୍ରାଫିକ ନିୟନ୍ତ୍ରଣ ଉପରେ ପୋଲିସର ଗୁରୁତ୍ୱ। ଶୃଙ୍ଖଳିତ ଦର୍ଶନ କରିବାକୁ ଭକ୍ତଙ୍କୁ ଅନୁରୋଧ କଲେ ଏସପି ବିନୀତ ଅଗ୍ରବାଲ୍। ଭକ୍ତ ଙ୍କ ଗହଳି କୁ ଦୃଷ୍ଟି ରେ ରଖି ମାର୍କେଟ ଛକ ନିକଟ ରୁ ବାରିଗେଟ ବ୍ୟବସ୍ଥା କରାଯାଇଛି l ଭକ୍ତ ଙ୍କ ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ବ୍ୟବସ୍ଥା କୁ ଶୃଙ୍ଖଳିତ କରିବା ଲାଗି ବ୍ୟାପକ ପ୍ରସ୍ତୁତି କରାଯାଇଛି l ଆସନ୍ତା କାଲି ମହାପ୍ରଭୁ ଙ୍କ ସୁନା ବେଶ ଅନୁଷ୍ଠିତ ହେବାକୁ ଥିବା ବେଳେ ବର୍ତମାନ ଠାରୁ ଶ୍ରୀ କ୍ଷେତ୍ର ରେ ଭକ୍ତ ଙ୍କ ଭିଡ଼ ଜମିଲାଣି l ଭକ୍ତ ଙ୍କ ସୁରକ୍ଷା କୁ ଦୃଷ୍ଟି ରେ ରଖି ଜିଲ୍ଲା ପ୍ରଶାସନ, ଶ୍ରୀ ମନ୍ଦିର ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି l

କଥିତ ଅଛି ତ୍ରିବିକ୍ରମ ବା ଆଡକିଆ ବେଶ ଅତିବଡୀ ସମ୍ପ୍ରଦାୟର ଅତ୍ୟନ୍ତ ପ୍ରିୟ ଅଟେ। ପଞ୍ଚସଖାବାଦୀ ତଥା ଅତିବଡୀ ସମ୍ପ୍ରଦାୟର ବହୁ ସଂଖ୍ୟକ ଶିଷ୍ୟ -ଭକ୍ତ ତଥା ମହନ୍ତମାନେ ଏହି ମନୋରମ ବେଶ ଦର୍ଶନ କରି ନିଜକୁ ଧନ୍ୟ ମନେ କରିଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *