ଶ୍ରୀମନ୍ଦିର ରୋଷ ମଧ୍ୟରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ତିନି ଜଣ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି l ତିନି ଜଣ ସୁପକାରଙ୍କୁ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ନିଷିଦ୍ଧ କରାଯାଇଛି l ତିନି ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ମଧ୍ୟ ନିଲମ୍ବିତ କରାଯାଇଛି l ମହାପ୍ରଭୁଙ୍କ ସେବାପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ଯ୍ୟ ତଥା ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ କହିଛନ୍ତି l ସମ୍ପୃକ୍ତ ସେବକଙ୍କ ଦ୍ଵାରା କଡ଼େଇ ଜବତ କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ଶ୍ରୀମନ୍ଦିର କମାଣ୍ଡର, ବରିଷ୍ଠ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକ l ରିପୋର୍ଟ ଆସିବା ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟ ପ୍ରଶାସକ l ପୂର୍ବ ନିର୍ଦ୍ଦେଶ ପରେ ଅନ୍ୟ ସୁପକାର ମାନେ କଡ଼େଇ ବାହାର କରି ନେଇଥିବା ଜଣାପଡ଼ିଛି l
ଗତ ୧୨ ତାରିଖରେ ଶ୍ରୀମନ୍ଦିର ରୋଷରେ ଅନ୍ନ ରନ୍ଧନରେ ଲୁହା କଡ଼େଇ ବ୍ୟବହାର ନେଇ ଅଭିଯୋଗ ଆସିବା ପରେ ତଦନ୍ତ ସହ କଡ଼େଇ ଜବତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକ l ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡୁ ନିଯୋଗ, ରୋଷପାଇକ ନିଯୋଗର ସମ୍ପାଦକ ଏବଂ ରୋଷ ଅମୀନ ତୁରନ୍ତ ରୋଷ ପରିଦର୍ଶନ କରି ଏହାକୁ ନିବାରଣ କରିବା ସହ କଡ଼େଇ ଜବତ କରି ରିପୋର୍ଟ ଦାଖଲ କରିବାକୁ କୁହାଯାଇଥିଲା l ସେହିପରି ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡ଼େଇ ଜବତ କରି ବାକୁ ମଧ୍ୟ ଜଣାଇଦିଆଯାଇଥିଲା l ଏହି ସମ୍ପୃକ୍ତ ସେବକଙ୍କ ଦ୍ଵାରା କଡ଼େଇ ଜବତ କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ଶ୍ରୀମନ୍ଦିର କମାଣ୍ଡର, ବରିଷ୍ଠ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକ l
ରିପୋର୍ଟ ଆସିବା ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟ ପ୍ରଶାସକ l ପୂର୍ବ ନିର୍ଦ୍ଦେଶ ପରେ ଅନ୍ୟ ସୁପକାର ମାନେ କଡ଼େଇ ବାହାର କରି ନେଇଥିବା ଜଣାପଡ଼ିଛି l ତେବେ ଏହି ତିନି ସୁପକାର କୋଠଭୋଗ ରୋଷରେ ବାରଣ ସତ୍ତ୍ୱେ ଲୁହା କଡ଼େଇ ବ୍ୟବହାର କରି ଅନ୍ନ ଡାଲି ରୋଷେଇ କରିଥିବା ଜଣା ପଡିବା ପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟ ପ୍ରଶାସକ l ତିନି ସୁପକାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଶ୍ରୀମନ୍ଦିର ତଥା ରୋଷଘରେ ପ୍ରବେଶ ନିଷିଦ୍ଧ କରାଯାଇଛି l ପ୍ରବେଶ ନିଷିଦ୍ଧ କଟକଣା କାର୍ଯ୍ୟକାରି କରିବାକୁ ବିହିତ ପଦକ୍ଷେପ ନେବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଏବଂ ଦେଉଳ କରଣଙ୍କୁ ଆଦେଶ ଜାରି କରିଛନ୍ତି ମୁଖ୍ୟ ପ୍ରଶାସକ l
Naxatra News is now on Whatsapp
Join and get latest news update delivered to you via whatsapp
Join Now