ଆସୁଛି ଲଘୁଚାପ। ୨୭ ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ସୂଚନା ଦେଲା ପାଣିପାଗ ବିଭାଗ। ସଅଳ ମୌସୁମୀ ଆସିବାକୁ ସହାୟକ ହେବ ଲଘୁଚାପ। ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ଲଘୁଚାପ ସୃଷ୍ଟି ହେବାର ୨ ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ।ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ।ସକ୍ରିୟ ରହିଲେ ଓଡ଼ିଶାରେ ମୌସୁମୀଆଗମନ ନେଇ ବାଟ ଫିଟିବ। ତେବେ ପାଗ ଅନୁକୂଳ ସହ ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି।
ସେପଟେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୭ ଓ ୨୮ଏହି ଦୁଇଦିନ ରାଜ୍ୟର ରେ ଅନେକ ସ୍ଥାନରେ ବର୍ଷା ସହ ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ କେନ୍ଦ୍ର। ଆସନ୍ତା ୭ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ବିଜୁଳି ଘଡ ଘଡି ସହ ବର୍ଷା ସମ୍ଭାବନା ସହ ଝଡ ପବନ ବହିବା ସମ୍ଭାବନା। ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱର୍ଣିଂ। ମାଲକାନଗିରି, କୋରାପୁଟ,ରାୟଗଡ଼ା, ଗଜପତି, ଗଞ୍ଜାମ , କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ 30 ରୁ 40 କିମି ବେଗରେ ବହିବ ଝଟକା ପବନ। ମୋଟ ୧୩ ଜିଲ୍ଲାକୁ ୟେଲୋ ୱର୍ଣିଂ ଜାରି କରିଛି କେନ୍ଦ୍ର। ଆସନ୍ତାକାଲି ୧୨ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର ମୟୂରଭଞ୍ଜ ରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱର୍ଣିଂ ଜାରି।ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷା।

Naxatra News is now on Whatsapp
Join and get latest news update delivered to you via whatsapp
Join Now