କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଅଡ଼ାଖୁ ଗାଁରେ ବ୍ୟାପୁଛି ଝାଡ଼ାବାନ୍ତି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ଅଛିନ୍ତି। ତେଣୁ ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରି ଚିକିତ୍ସା କରାଯାଉଛି। ଜଙ୍ଗଲରୁ ବିଷାକ୍ତ ଛତୁ ଖାଇବା ଯୋଗୁ ଲୋକଙ୍କୁ ଝାଡ଼ାବାନ୍ତି ହୋଇଥିବା କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି। ତେଣୁ ଗାଁରେ ଏକ ମେଡିକାଲ ଟିମ୍ ପହଞ୍ଚି ଘର ଘର ବୁଲି ସ୍ଥିତି ଅନୁଧାନ କରିବା ସହିତ ଆକ୍ରାନ୍ତଙ୍କ ଚିକିତ୍ସା କରିଛନ୍ତି। ଏଥିସହ ବିଭିନ୍ନ ସ୍ଥାନରୁ ପାଣି ନମୂନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛନ୍ତି।
Naxatra News is now on Whatsapp
Join and get latest news update delivered to you via whatsapp
Join Now