ଶିକ୍ଷକ ଅଭାବ ନେଇ ବିଦ୍ୟାଳୟ ଆଗରେ ଛାତ୍ରଛାତ୍ରୀଙ୍କ ଧାରଣା। ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ ଥଇଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀ। ବିଦ୍ୟାଳୟ ରେ ଶିକ୍ଷକ ଅଭାବ କାରଣରୁ ବିଦ୍ୟାଳୟ ସମ୍ମୁଖରେ ଛାତ୍ରଛାତ୍ରୀ ଓ ଅଭିଭାବକ ଧାରଣା ଦେଇଛନ୍ତି । ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ 129 ଜଣ ବିଦ୍ୟାର୍ଥୀ ଅଧ୍ୟୟନ କରୁଥିବା ବେଳେ ମାତ୍ର ତିନି ଜଣ ଶିକ୍ଷକ ରହିଛନ୍ତି । ଫଳରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି । ଏନେଇ ବ୍ଲକ ଶିକ୍ଷାଧିକାରୀଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନଥିଲା । ବାଧ୍ୟ ହୋଇ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ବିଦ୍ୟାଳୟ ଆଗରେ ଧାରଣା ଦେଇଛନ୍ତି।
Naxatra News is now on Whatsapp
Join and get latest news update delivered to you via whatsapp
Join Now