ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ରାହୁରେଖା ଲାଗି ନୀତି : ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଠାକୁରଙ୍କ ଦର୍ଶନ କଟକଣା ରହିବ । ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀବିଗ୍ରହଙ୍କ ଶ୍ରୀମୁଖର ଚତୁଃପାଶ୍ୱର୍ରେ ସ୍ୱର୍ଣ୍ଣ ନିର୍ମିତ ଏକ ବଳୟକୁ ରାହୁରେଖା କୁହାଯାଏ । ପ୍ରଥମ ଭୋଗମଣ୍ଡପ ନୀତି ଶେଷ ପରେ ରାହୁରେଖା ନୀତି ପାଇଁ ପ୍ରସ୍ତୁତି ଆରମ୍ଭ ହେବ । ରାହୁରେଖା ଲାଗି ସରିଲେ ଠାକୁରଙ୍କ ମହାସ୍ନାନ ନୀତି ବଢ଼ି ଯଥାବିଧି ଦର୍ଶନ ଆରମ୍ଭ ହେବ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *