ଜିରୋ ନାଇଟ ସେଲିବ୍ରେସନ ବେଳେ ମଦୁଆଙ୍କ ଉପରେ କଡା ନଜର ରଖିବେ ସରକାର । ମଦ୍ୟ ପାନ ଜନିତ କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ । ଅସ୍ଥାୟୀ ବାର ଖୋଲିବା ପ୍ରକ୍ରିୟାକୁ ସଂପୂର୍ଣ୍ଣ ଭାବେ ବନ୍ଦ କହିଛନ୍ତି ସରକାର । ବେଆଇନ ମଦ କାରବାର ଉପରେ ଗତ 27 ତାରିଖରୁ ଚଢ଼ାଉ ଚାଲିଛି । ଅନେକ ଜାଗାରେ ମଦ ଜବତ କରାଯିବା ସହ ବେଆଇନ ମଦ ବେପାରୀଙ୍କୁ ଗିରଫ ମଧ୍ୟ କରିଛି ଅବକାରୀ ବିଭାଗ । ପୁରା ଓଡ଼ିଶାରେ ପୋଲିସ, ଅବକାରୀ ବିଭାଗ ମିଳିତ ଭାବେ ଏହି ପ୍ରକ୍ରିୟା ଚଳାଇଛି ।
ନୂଆ ବର୍ଷରେ ବେଆଇନ ମଦ କାରବାର ସଂପୂର୍ଣ୍ଣ ବନ୍ଦ ପାଇଁ ଆହୁରି କଠୋର ହେବେ ରାଜ୍ୟ ସରକାର । ପ୍ରତି ଜିଲ୍ଲାରେ ରହିବେ ସ୍ପେଶାଲ ଏନଫୋର୍ସମେଣ୍ଟ ଟିମ୍ । ଜିଲ୍ଲାରେ କୌଣସି ଜାଗାରେ ଯେମିତି ଚୋରା ମଦ ବିକ୍ରି ନହେବ, ତାହାର ଟାର୍ଗେଟ ନେଇ ଏନଫୋର୍ସମେଣ୍ଟ ଟିମ୍ କାର୍ଯ୍ୟ କରିବ । ଜବତ ହେଉଥିବା ଗାଡ଼ି ଗୁଡ଼ିକୁ ସଂପୂର୍ଣ୍ଣ ବାର୍ଯ୍ୟାପ୍ତି କରିବେ ସରକାର ।
Naxatra News is now on Whatsapp
Join and get latest news update delivered to you via whatsapp
Join Now